pakka

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୫୮ଗୋଟି ବିଭିନ୍ନ ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୪୨ ଗୋଟି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୫ ଗୋଟି ଓ ସାମୁହିକ ଦରଖାସ୍ତ ୦୩ ଗୋଟି ରହିଛି । ଗ୍ରହଣ କରାଯାଇଥିବା ୫୮ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୬ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିଡିଓ, ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏ ନିହାର ରଞ୍ଜନ କଁହର, ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇ, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

7 + ten =