pakka

ଲାଞ୍ଜିଗଡଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

bbehera

କଳାହାଣ୍ଡି, (ପି.କେ. ସାହୁ) : ଆଜି ଲାଞ୍ଜିଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ଅତିରିକ୍ତ ଆରକ୍ଷି ଅଧିକ୍ଷକ ବିଜୟ କୁମାର ନନ୍ଦ, ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଅଞ୍ଜଳି ମାଝୀ, ପରୀକ୍ଷିତ ନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା ।

Leave A Reply

Your email address will not be published.

7 + 20 =