oum

ଜାତୀୟ ସେବା ଯୋଜନା ଶୀତକାଳୀନ ସ୍ୱତନ୍ତ୍ର ଶିବିର

jsm

ଭୋଗରାଇ : ବାଲେଶ୍ଵର ଜିଲ୍ଲାର ଅଗ୍ରଣୀ ସଂସ୍କୃତ ମହାବିଦ୍ୟାଳୟ ଭାବେ ପରିଚିତ ଭୋଗରାଇ ଶ୍ୟାମସୁନ୍ଦର ସଂସ୍କୃତ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ)ର ଶୀତକାଳୀନ ସ୍ୱତନ୍ତ୍ର ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ସତୀଶ ଚନ୍ଦ୍ର ପଣ୍ଡାଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ଭୋଗରାଇ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରବୀର କୁମାର ଗିରି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନଙ୍କୁ ସେବା ମନସ୍କ ହେବା ପାଇଁ ଆହ୍ୱାନ ଦେଇଥିଲେ । ଅବସରପ୍ରାପ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଜେନା ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଏକ ସୁସ୍ଥ, ସୁନ୍ଦର ଓ ବିକଶିତ ସମାଜ ଗଠନରେ ସ୍ୱେଚ୍ଛାସେବୀମାନଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ । ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ସମ୍ମାନିତ ବକ୍ତା ଭାବେ ଯୋଗ ଦେଇ ସ୍ୱେଚ୍ଛାସେବୀମାନଙ୍କ‌ କର୍ତ୍ତବ୍ୟ ଓ ଜାତୀୟ ସେବା ଯୋଜନାର ବିଭିନ୍ନ ମହତ୍ୱପୂର୍ଣ୍ଣ ଦିଗ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ପ୍ରଫେସର ବିନୋଦ ବିହାରୀ ଜେନା ଅତିଥି ପରିଚୟ ପ୍ରଦାନ କରିବା ସହ ଏହି ଶିବିରର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଶିବିରାର୍ଥୀ ଓମପ୍ରକାଶ ପଣ୍ଡା ବେଦପାଠ କରିଥିଲା ବେଳେ ଶିବିରାର୍ଥିନୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ଅଧ୍ୟାପକ ସମୀର କୁମାର ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । ସପ୍ତାହ ବ୍ୟାପୀ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୋଷ୍ୟ ଗ୍ରାମ ମାଟିଖଣା, ଦେବୀ ବାଶୁଳୀ ପୀଠ, ଭୋଗରାଇ ଡାକ୍ତରଖାନା ଓ ମହାବିଦ୍ୟାଳୟ ପରିସର‌ ଆଦି ସଫେଇ କରିବା ସହିତ ସଡକ ସୁରକ୍ଷା ଓ କରୋନା ମହାମାରୀ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶିବିରାର୍ଥୀମାନଙ୍କ ମଧ୍ୟରେ ସଙ୍ଗୀତ, ନୃତ୍ୟ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ବେଳେ ଏଥିରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଅଣଶିକ୍ଷା କର୍ମଚାରୀମାନେ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave A Reply

Your email address will not be published.