jayashree

ଭବାନୀପାଟଣା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର

କଳାହାଣ୍ଡି, (ପି.କେ.ସାହୁ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି’ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଉପଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୧୫୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।

Leave A Reply

Your email address will not be published.