କର୍ଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଜୟ କୁମାର ନନ୍ଦ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବିଡିଓ ସୁଶ୍ରୀ ସୁଚରିତା ମୁଗ୍ରୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୬୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।

Leave A Reply

Your email address will not be published.