ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୧୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ୦୩ ଗୋଟି ଅଭିଯୋଗର ତୁରନ୍ତ ସମାଧାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୨ ଗୋଟି ଓ ସାମୁହିକ ଦରଖାସ୍ତ ୦୪ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୦୩ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୩ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ତରଭା ବିନୟ କୁମାର ପଟେଲଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ସୋନପୁର ଡ଼. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼. ବିଶ୍ୱରଂଜନ ପତି, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ରେଣୁବାଳା ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ପ୍ରମୁଖଙ୍କ ସହ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର ତରଭା, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.