ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦାୟିତ୍ଵରେ ଥିବା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୬ ଗୋଟି ଗ୍ରହଣ କରାଯାଇଥିବା ବେଳେ ୭ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା । ୪ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଶିପଡା ପଞ୍ଚାୟତର ସୁଶ୍ରୀ ସୁଚରିତା ସାନବଡ, ବ୍ୟାସଦେବ ଦଳାଇ, ଅଞ୍ଜନା ଲୁହାଙ୍କୁ ବିକଳାଙ୍ଗ ଭତ୍ତା ଏବଂ ଅସରପି ଷାଣ୍ଢଙ୍କୁ ବିଧବା ଭତ୍ତା ତୁରନ୍ତ ପ୍ରଦାନ କରାଯାଇଥିଲା । ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଏସଡିପିଓ ବୀରମହାରାଜପୁର ଡ଼ୋଲାମଣୀ ଭୋଇ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ଉଲୁଣ୍ଡା ଦିଲ୍ଲୀପ ମାଝି, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼. ବିଶ୍ୱରଂଜନ ପତି, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ପ୍ରମୁଖଙ୍କ ସହ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.