jayashree

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୩୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ୦୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨ ଗୋଟି ଓ ସାମୁହିକ ଦରଖାସ୍ତ ୧୨ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୦୪ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୦ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ତରଭା ନିରଞ୍ଜନ ନାଏକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ସୋନପୁର ଡ଼. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼. ବିଶ୍ୱରଂଜନ ପତି, ଅଧିକ୍ଷଣ ଯନ୍ତ୍ରୀ ଆର୍‌ଡବ୍ଲୁଏସ୍‌ଏସ୍‌ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଏମ ଡିଆଇସି ବଳଭଦ୍ର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ମିଶନ ଶକ୍ତି ସଂଯୋଜକ କାର୍ତ୍ତିକ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର ତରଭା କିର୍ତ୍ତି ଚନ୍ଦ୍ର ପ୍ରଧାନ, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.