pakka

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

bbehera
  • ବିଭିନ୍ନ ୧୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁରଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୦୮ ଗୋଟି ବ୍ୟକ୍ତିଗତ ଓ ୦୩ ଗୋଟି ସାମୁହିକ ଦରଖାସ୍ତ ରହିଛି । ଶିବିରରେ ୦୧ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ସୂର୍ଯ୍ୟାଂଶୁ ରୁଟ ତଥା ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ । ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jay balangir
Leave A Reply

Your email address will not be published.

15 + sixteen =

error: Content is protected !!