ଝାରବନ୍ଧ ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଉପାନ୍ତ ଅଞ୍ଚଳ ଝାରବନ୍ଧ ବ୍ଲକରେ ଜନସାଧାରଣଙ୍କ ସୁବିଧା ଓ ଅସୁବିଧା ବୁଝିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶ ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ଉପସ୍ଥିତିରେ ଆୟୋଜିତ ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରୁ ୧୭୧ ଜଣ ତାଙ୍କର ଆପତ୍ତି ଅଭିଯୋଗ କରିଥିଲେ । ଜିଲ୍ଲାପାଳ ଏବଂ ଏସ୍‌ପି ତାଙ୍କ ପରିସର ଭୁକ୍ତ ଅଭିଯୋଗର ଶୁଣାଣି କରିଥିଲେ । ସେହିପରି ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ଚାରି ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଟ୍ରାଇ ସାଇକେଲ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ବଣ୍ଟନ କରିଥିଲେ । ଶିବିରରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ, ପଦ୍ମପୁର ଉପଜିଲ୍ଲାପାଳ, ଝାରବନ୍ଧ ବ୍ଲକ ଅଧ୍ୟକ୍ଷାଙ୍କ ସମେତ ବ୍ଲକ ଉନ୍ନୟନ ଅଧିକାରୀ, ଥାନା ଅଧିକାରୀ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.