pakka

ଅତାବିରାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଅତାବିରା ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ୧୩୫ ଜଣ ଅଧିବାସୀ ପହଞ୍ଚି ତାଙ୍କ ସମସ୍ୟା ବିଷୟରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ସମ୍ମୁଖରେ ତାଙ୍କ ଅଭିଯୋଗ କରିଥିଲେ । ଏଥିରେ ଜିଲ୍ଲାପାଳ ମନୀଷା ବାନାର୍ଜୀ ସମସ୍ତଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ ଓ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ କରିଥିଲେ ।

Leave A Reply

Your email address will not be published.

fourteen − twelve =