jayashree

କୋକସରାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କୋକସରା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଉପ ଜିଲ୍ଲାପାଳ, ଧର୍ମଗଡ ଧିମନ ଚକମାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ମୋଟ ୧୫୮ଜଣ ଆବେଦନକାରୀ ସେମାନଙ୍କ ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ଥିଲା । ୫୫ଟି ଅଭିଯୋଗର ସମାଧାନ ତତ୍‌କ୍ଷଣାତ୍ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୭ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା ।

Leave A Reply

Your email address will not be published.