jayashree

ଶିଶୁମାନଙ୍କର ସୁରକ୍ଷା ଓ ଯତ୍ନ ପାଇଁ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବେଲପଡ଼ା ବ୍ଲକ ସଭାଗୃହଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ସୁରକ୍ଷା ସମ୍ପର୍କିତ ଏକ ତାଲିମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ତାଲିମ ଶିବିରରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଲକର ତହସିଲଦାର ବନବିହାରୀ ହରିପାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କ ପାଇଁ ଥିବା ଯୋଜନା ଉପରେ ମତବ୍ୟକ୍ତ କରିଥିଲେ । ଅତିଥି ଭାବେ ବେଲପଡ଼ା ବ୍ଲକର ସାମାଜିକ ସୁରକ୍ଷା ଅଧିକାରୀ ଅଭିଜିତ ସେଠ୍ ଶିଶୁ ସୁରକ୍ଷା ଉପରେ ଜଣାଇଥିଲେ । ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଭି. ମଣିମାଳା ଉପସ୍ଥିତ ରହି ଶିଶୁ ସୁରକ୍ଷା ସମ୍ପର୍କିତ ସୁରକ୍ଷା ଓ ଯତ୍ନ ଉପରେ ବିଭିନ୍ନ ଯୋଜନା ଉପରେ ଜଣାଇଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ବେଟି ବଚାଓ ବେଟି ପଢାଓ, ଝିଅ ବଞ୍ଚାନ୍ତୁ ଝିଅ ପଢନ୍ତୁ ବୋଲି ତାଙ୍କ ଅଭିଭାଷଣରେ କହିଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି କନ୍ୟାସନ୍ତାନର ମୂଲ୍ୟବୋଧ ବୃଦ୍ଧି ଏବଂ ଶିକ୍ଷା ସଶକ୍ତିକରଣ କରାଇବା, ପୋଷ୍ୟ ସନ୍ତାନ ଗ୍ରହଣ, କିଶୋର ନ୍ୟାୟ ଆଇନ, ପୁତ୍ର ସନ୍ତାନ ପ୍ରାଧାନ୍ୟ ଓ ଲିଙ୍ଗ ନିରୂପଣ ନିମିତ୍ତ ଥିବା ବିଧି, ପୋସ୍କୋ ଆଇନ ଉପରେ ଜଣାଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ କୁମାର ଖୁଆସ ମଞ୍ଚ ପରିଚାଳନା କରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.