pakka

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୬୬ ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୪୫ ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୮ ଗୋଟି, ସାମୁହିକ ଦରଖାସ୍ତ ୦୮ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୫ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୧ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଏହି ଶିବିର ଅବସରରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ସୁନାପାଲି ନିବାସୀ ଶ୍ରୀମତୀ କଳାବତୀ ମିର୍ଦ୍ଧା, ସ୍ୱାମୀ ସ୍ୱର୍ଗତ ଉପେନ୍ଦ୍ର ମିର୍ଦ୍ଧାଙ୍କୁ ଜାତୀୟ ପରିବାର କଲ୍ୟାଣ ଯୋଜନାରେ ଏକକାଳୀନ ଆର୍ଥିକ ସହାୟତା ୨୦,୦୦୦/- ଟଙ୍କା ସହିତ ମଧୁବାବୁ ପେନସନ ଯୋଜନାରେ ଚଳିତ ମାସ ଠାରୁ ମାସକୁ ୫୦୦/- ଟଙ୍କା ଲେଖାଁଏ ପ୍ରଦାନ କରିଛନ୍ତି । ବିଡିଓ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ, ସୋନପୁର ଡ଼. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

eight − 4 =