- ପୃଷ୍ଠପୋଷକତା, ଆଶୀର୍ବାଦ, ଗ୍ରୀନ୍ ପେସେଜ, ସୁଦକ୍ଷା ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସଚେତନତା ଶିବିର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାର ବଲାଙ୍ଗିର ବ୍ଲକ ପ୍ରାଙ୍ଗଣଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଅଧ୍ୟକ୍ଷତା କରିଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ କୁମାର୍ ଖୁଅ।ସ୍ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରଧ୍ୟକ୍ଷା ଲିକା ସାହୁ ମଞ୍ଚାସୀନ ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଶିଶୁ ସୁରକ୍ଷା ସମ୍ପର୍କିତ ବିଭିନ୍ନ ଯୋଜନା ଉପରେ ଜଣାଇଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର୍ ସେଠୀ, ସିଡିପିଓ ସୁବାସିନୀ ଦାସ, ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ସରିତା ବାଗ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ପୋଷ୍ୟ ସନ୍ତାନ ଗ୍ରହଣ, କିଶୋର ନ୍ୟାୟ ଆଇନ, ଶିଶୁ ଗୃହ ଉପରେ ଆଲୋକପାତ କରି ପୃଷ୍ଠପୋଷକତା ସହାୟତା ରାଶି ଉପରେ ସଚେତନ କରିଥଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ମିଶନ୍ ବାତ୍ସଲ୍ୟ ମାର୍ଗଦର୍ଶିକାରେ ଥିବା ଜିପିଡିପିର ବାର୍ଷିକ ଯୋଜନାରେ ୫% ଅନୁଦାନ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁମାନଙ୍କ ଯତ୍ନ ନିମନ୍ତେ ଖର୍ଚ୍ଚ କରିପାରିବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ବ୍ଲକର ଅଙ୍ଗନୱାଡ଼ି କର୍ମୀ, ସୁପର ଭାଇଜର୍, ବ୍ଲକ କର୍ମଚାରୀ, ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ଉପସ୍ଥିତ ଥିଲେ । ପରିଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭାସାଙ୍ଗ କରିଥିଲେ ।