ସିନାପାଲି, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନଙ୍ଗଳବୋଡ଼ ଗ୍ରାମ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ନଙ୍ଗଳବୋଡ଼ ସରପଞ୍ଚ ଜଗଦିଶ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୧୨ ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ପୁଷ୍ପାଞ୍ଜଳି ଗୁଆଲ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଡିଙ୍ଗର ମାଝି, ଆଇସିଡିଏସ୍ ସୁପରଭାଇଜର ଶ୍ରୀମତୀ ଅଲି ସେନାପତି, ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀ ଧବଳେଶ୍ଵର ମେହେର, ନଙ୍ଗଳବୋଡ଼ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଖଗେଶ୍ୱର ମାଝି, ଭଟ୍ଟାପାଣି କଳିଙ୍ଗ ହାଇସ୍କୁଲ ପ୍ରଧାନ ଶିକ୍ଷକ ନିରାକାର ସାହୁ, ଯୁଗମନ୍ ମାଝି, ଗିରିଧାରୀ ମାଝି, ପରମେଶ୍ୱର ମାଝି ପ୍ରମୁଖ ଯୋଗଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମକୁ କାର୍ଯ୍ୟନିର୍ବାହୀ ଅଧିକାରୀ ଭୋଜରାଜ ପ୍ରଧାନୀ ମଞ୍ଚ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିଥିମାନେ ବିଭିନ୍ନ ବିଭାଗର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ବିସ୍ତୃତ ଭାବରେ ବୁଝାଇଥିବା ବେଳେ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ । ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ଖୋଲି ନିଜ ବିଭାଗ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମକୁ ୱାର୍ଡ ସଭ୍ୟ, ସଭ୍ୟା, ଏମ୍.ବି.କେ, ସିଆର୍ପି, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ, ସମସ୍ତ ଗାଁ ସାଥି ସମେତ ପଞ୍ଚାୟତର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ ।