pakka

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

bbehera

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଓଡ଼ିଶା ମୋ ପରିବାର, ବିଜୁ ଯୁବ ଜନତା ଦଳ, ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ବରଗଡ଼ ବ୍ଲକ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଓ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଓଡ଼ିଶା ମୋ ପରିବାରର ଜିଲ୍ଲା ସଂଯୋଜକ ଗୌର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ୧୩୧ ଜଣ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । ଏହି ଶିବିରରେ ଜୀବନ ବିନ୍ଦୁର ଅଶ୍ୱିନୀ ତ୍ରିପାଠୀ, ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ପୌର ପରିଷଦ ବରଗଡ଼ର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

eleven − one =