oom

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

jsmm
  • ବିଭିନ୍ନ ୨୦ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ବିଭିନ୍ନ ୦୮ଗୋଟି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧୀକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୬ ଗୋଟି ଓ ସାମୂହିକ ଦରଖାସ୍ତ ୦୪ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୨୦ଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୦୮ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସୋନପୁର ଭାରପ୍ରାପ୍ତ ବିଡିଓ ଶଶିଭୂଷଣ ପ୍ରଧାନଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର, ସୋନପୁର ଉପଜିଲ୍ଲାପାଳ ଡ଼. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ସିଡିଏମଓ ଡ଼. ବିଶ୍ୱ ରଞ୍ଜନ ପତି, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ସୋନପୁର ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂର୍ଯ୍ୟଂଶୁ ରୁଟ, ସୋନପୁର ତହସିଲଦାର ନବୀନ କିଶୋର ପାଢ଼ୀ, ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jittmm
Leave A Reply

Your email address will not be published.