ବିଜେପୁର ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରୁ ୪୫ ଜଣ ଅଭିଯୋଗ କକ୍ଷରେ ପହଞ୍ଚି ତାଙ୍କ ସମସ୍ୟା ବିଷୟରେ ଜିଲ୍ଲାପାଳ ମନୀଷା ବାନାର୍ଜୀ ଅବଗତ କରାଇଥିଲେ । ଅଭିଯୋଗ ଗୁଡିକ ଜିଲ୍ଲାପାଳ ଅନୁଧ୍ୟାନ କରିବା ସହ ଏହାର ତ୍ୱରିତ ସମାଧାନ କରିବାକୁ ଉପସ୍ଥିତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ, ଥାନା ଅଧିକାରୀ ସୟନ ନାୟକ, ବ୍ଲକ ଉନ୍ନୟନ ଅଧିକାରୀ, ତହସିଲଦାର ଓ ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

four × five =

error: Content is protected !!