
- ୭୮ ୟୁନିଟ୍ ରକ୍ତ ସଂଗୃହିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡ଼ିଆ ପକ୍ଷ ପାଳନ ଅବସରରେ ଭବାନୀପାଟଣା ମା’ ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡ୍ ରିବନ କ୍ଲବ୍ ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥଙ୍କ ପୃଷ୍ଠପୋଷକତାରେ ଆୟୋଜିତ ଉକ୍ତ ଶିବିରକୁ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ବିଜେପି ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ଼, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମିନତୀ ଲତା ରାଉତ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଉପ କୁଳସଚିବ ଡ. ଜୟଦେବ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ୍, ଭବାନୀପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ, ଭବାନୀପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଡ. ରଜନୀକାନ୍ତ ଜେନା, କ୍ୟାପଟେନ ଭବାନୀ ଶଙ୍କର ପଣ୍ଡା, ସୁଧୀର କୁମାର ପଣ୍ଡା, ବିଶ୍ଵରଞ୍ଜନ ବେହେରା, ଚନ୍ଦ୍ରଚୁଡ ବେହେରା, ରାଇମୋହନ ମାଝୀ, ଅଭିଜିତ ପଟ୍ଟଯୋଶୀ, କୁମାର ମନ୍ଥନ ସାହୁ, ଜେ.ଏସ୍. ଅମର୍ତ୍ତ୍ୟ ବଣିଆ ପ୍ରମୁଖ ବିଭିନ୍ନ ମହାବିଦ୍ୟାଳୟର ଯୁବ ରେଡକ୍ରସ ପରାମର୍ଶଦାତା ମାନେ ସକ୍ରିୟ ସହଯୋଗ କରିଥିଲେ । ଏହି ରକ୍ତଦାନ ଶିବିରକୁ ବିଶ୍ଵ ବିଦ୍ୟାଳୟର ଯୁବ ରେଡକ୍ରସ ପରାମର୍ଶଦାତା ତଥା ଜିଲ୍ଲା ଆବାହକ ସମ୍ପାଦକ ସଞ୍ଜୀବ କୁମାର ସାହୁ ସଂଯୋଜନା କରିଥିଲେ । ବିଶ୍ଵ ବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡ୍ ରିବନ୍ କ୍ଲବ୍ ସ୍ଵେଚ୍ଛାସେବୀ ଛାତ୍ରଛାତ୍ରୀମାନେ ପରିଚାଳନା କରିଥିଲେ । ଭବାନୀପାଟଣା ସ୍ଥିତ ଓଡ଼ିଶା ରକ୍ତ କେନ୍ଦ୍ର ଅଧିକାରୀ ଡା. ବିଭେନ୍ଦୁ କୁମାର ବଳ ତଥା ରକ୍ତ କେନ୍ଦ୍ରର ସହକାରୀ କୃଷ୍ଣଚନ୍ଦ୍ର ସାହୁ, ଗିରିଶ ନାଏକ, ସଞ୍ଜୀବ ମହାକୁଡ଼, ଅଜିତ ନାଏକ ପ୍ରମୁଖଙ୍କ ସହାୟତାରେ ମୋଟ ୭୮ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା । ଓଡ଼ିଆ ପକ୍ଷ ପାଳନର ନବମ ଦିନରେ ଗୁରୁବାର ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ମା’ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଭବାନୀପାଟଣା ଠାରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ସମସ୍ତେ ସହଯୋଗ କରିବା ସହିତ ଏହି ସଚେତନତା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଅନୁରୋଧ କରାଯାଇଛି ।