ବଲାଙ୍ଗିର, (କେପିଏନ୍ଏସ୍) : ଆଜି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା (ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ସେବା ଶିବିର ବରପାଲିପଡ଼ା ଭଗବତ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତରଙ୍କ ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶାକର୍ମୀ ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ହେମାନନ୍ଦ ସାହୁ ଓ ଡାକ୍ତର ଦିନେଶ ମୀନା ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ସ୍ୱାସ୍ଥ୍ୟ ଶିବିରରେ ୧୧୫ରୁ ଅଧିକ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ । ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା ।