ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ଅଧିକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. କୁବେର ମହନ୍ତ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେସ୍ରା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୦ ଗୋଟି ଅଭିଯୋଗ ମଧ୍ୟରୁ ୪୧ ଗୋଟି ବ୍ୟକ୍ତିଗତ ଏବଂ ୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Prev Post