csstore

ପାଇକମାଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପ ଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଏସ୍‌ଡିପିଓ ପାଣ୍ତବ ଶବର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୫୧ ଗୋଟି ଅଭିଯୋଗର ଶୁଣାଣି ପରେ ହସ୍ତଗତ ହୋଇଥିବା ଅଭିଯୋଗ ମଧ୍ୟରୁ ତତକ୍ଷଣାତ କିଛି ଅଭିଯୋଗକୁ ସମାଧାନ କାରିବା ସହ ଅନ୍ୟାନ୍ୟ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

jayashree
Leave A Reply

Your email address will not be published.