ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଜନ-ଶୁଣାଣି ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼. ଶର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ଉପସ୍ଥିତ ରହି ଜନସାଧରଣଙ୍କ ଅଭିଯୋଗ ଶୁଣିଥିଲେ । ଆଜିର ଅଭିଯୋଗ ଗୁଡ଼ିକ ମୁଖ୍ୟତଃ ସ୍ୱାସ୍ଥ୍ୟ, ଶିକ୍ଷା, ସାମାଜିକ ସୁରକ୍ଷା ଭତା, ଜମି, ରାସନ୍ କାର୍ଡ, ରାସ୍ତା ଇତ୍ୟାଦି । ସମୁଦାୟ ୧୩୨ଟି ଅଭିଯୋଗ ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୧୧୨ଟି ଓ ଗ୍ରାମ ଭିତ୍‌ତ୍ତିକ ସମସ୍ୟା ୧୦ଟି ରହିଥିବାବେଳେ ୨ଟି ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା । ରେଡକ୍ରସ ତରଫରୁ ୮ ଜଣଙ୍କୁ ୨୭, ୫୦୦ଟଙ୍କା ସହାୟତା ରାଶି ଚେକ୍ ଦ୍ଵାରା ପ୍ରଦାନ କରାଯାଇଥିଲା । ଏହି ଶୁଣାଣିରେ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଓ ବ୍ରହ୍ମପୁର ଉପଖଣ୍ଡର ବିଡ଼ିଓ ଓ ତହସିଲଦାର ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.