jayashree

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ତୁରେକେଲା ପଞ୍ଚାୟତ ସେମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ସମସ୍ୟା ନେଇ ଶିବିରକୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରିଥିଲେ । ଜିଲ୍ଲାପାଳ ସେମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଯାଞ୍ଚ କରି ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଶିବିରରେ ମୋଟ ୪୮ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୮ଟି ଗୋଷ୍ଠୀଗତ ଏବଂ ୪୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଶିବିରରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ ।

Leave A Reply

Your email address will not be published.