oom

ସିନାପାଲି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

jsmm

ନୂଆପଡ଼ା, (କେପିଏନ୍‌ଏନ୍‌) : ଆଜି ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଅତିରିକ୍ତ ଉନ୍ନୟନ ଅଧିକାରୀ ଯୋଗେଶ୍ଵର ଭୋଇ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଗୁରୁପ୍ରସାଦ ଜେନା, ବ୍ଲକ ଅଧ୍ୟକ୍ଷା ମାଧୁରୀ ମାଝୀ, ବିଡ଼ିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟି କଲେକ୍ଟର ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ । ଶିବିରରେ ନୂଆପଡାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ୮୩ ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା । ଶିବିରରେ ୭ ଜଣଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ସ୍ୱୀକୃତି ଶିରୋନାମା, ୩ଟି ଗୋଷ୍ଠୀ ଜଙ୍ଗଲ ଅଧିକାର ଓ ୨ଟି ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାର ପଟ୍ଟା ପ୍ରଦାନ କରାଗଲା । ପରେ ପରେ ଜିଲ୍ଲାପାଳ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଗୋର୍ଲା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା । ଏଠାରେ ଜନସାଧାରଣଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା । ସେହିପରି ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ୨୫ଟି ବଡ଼ ଏବଂ ୭୮ଟି ଛୋଟ ମୋଟ ୧୦୩ଟି ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା କରାଯାଇଥିଲା ।

jittmm
Leave A Reply

Your email address will not be published.