jsm

ବରିଷ୍ଠ ନାଗରିକ ସେବା ସମିତିର ନୂତନ ଘରର ଶିଳାନ୍ୟାସ

csstore

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମଠାରେ ବରିଷ୍ଠ ନାଗରିକ ସେବା ସମିତିର ନୂତନ କୋଠାର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୂତନ ଘରର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସମିତିର ସଭାପତି ପ୍ରେମାନନ୍ଦ ମହାନ୍ତି ସଭାପତିତ୍ୱ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, କଟାପାଲି ସରପଞ୍ଚ ରମେଶ ସାହୁ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ପୁଷ୍ପା ଭୋଇ ମଞ୍ଚାସୀନ ଥିଲେ । ସମିତିର ସମ୍ପାଦକ ପ୍ରଫୁଲ୍ଲ ମହାଣା ସମିତିର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।

yuvodaya
Leave A Reply

Your email address will not be published.