ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ ଅନ୍ତର୍ଗତ ଝରଣିପାଲି ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ ତରଫରୁ ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାଶ ଓ ବିଇଓ ଦିଲ୍ଲୀପ ପାଠୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଏବିଓ ରଜନୀକାନ୍ତ ସାହୁ ଆକାଶ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ, ଏକକ ଅଭିନୟ, କବିତା ଆବୃତ୍ତି, ଚିତ୍ରାଙ୍କନ, ନୃତ୍ୟ ଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ବ୍ଲକର ୨୦ଟି ବିଦ୍ୟାଳୟର ପ୍ରାୟ ୨୦୦ରୁ ଅଧିକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ । କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ସମିତି ସଭ୍ୟ ନରେଶ ସାହୁ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.