pakka

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ

bbehera

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରଠାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିମନ୍ତ୍ରିତ ଅତିଥି ଭାବେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ରାମଚନ୍ଦ୍ର ପଟେଲ, ପରିଚାଳନା ସମିତିର କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଶିବପ୍ରସାଦ ବାରିକ ଅତିଥି ପରିଚୟ ଓ ଉଦ୍ଦେଶ୍ୟ କଥନ କରିଥିବା ବେଳେ ଶିଶୁ ବାଟିକା ପ୍ରମୁଖ ବବିତା ମାହାଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପରିଶେଷରେ ବରିଷ୍ଠ ଆଚର୍ଯ୍ୟା ପଦ୍ମିନୀ ମିଶ୍ର ଧନ୍ୟବାଦ୍ ଅର୍ପଣ କରି କାର୍ଯ୍ୟକ୍ରମକୁ ସମାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଅଭିଭାବକ, ଅଭିଭାବିକା ତଥା ଗୁରୁଜୀ, ଗୁରୁମା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Leave A Reply

Your email address will not be published.

3 × 1 =