oom

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ

jsmm

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବହାରଲାଲ ନେହେରୁଙ୍କ ଜନ୍ମ ଦିବସ ତଥା ଶିଶୁ ଦିବସ ମହାସାମାରୋହରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶଙ୍କ ତତ୍ୱାବଧାନରେ ଶିଶୁମାନଙ୍କୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜନ କରାଯାଇଥିଲା । କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇ ଉତ୍ସାହିତ କରାଯାଇଥିବା ବେଳେ ସମସ୍ତ ଶିଶୁଙ୍କୁ ଏହି ଦିବସରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାରେ ବିଦ୍ୟାଳୟର ବିଭିନ୍ନ ଶ୍ରେଣୀର ୧୦୦ରୁ ଅଧିକ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ କୈଳାଶ ଚନ୍ଦ୍ର ଶତପଥୀ ଶିଶୁଙ୍କୁ ମାର୍ଗଦର୍ଶନ କରିବା ଉପରେ ଆଲୋକପାତ କରିଥିଲେ । ଆଚାର୍ଯ୍ୟ ନିହାର ରଞ୍ଜନ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ । ଉକ୍ତ ଦିବସରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତି, ହାଇକୋର୍ଟ ଓକିଲ ତଥା ଅନୁଷ୍ଠାନର ସଂପାଦକ ପଦ୍ମ ଚରଣ ସାହୁ, କୋଷାଧ୍ୟକ୍ଷ ଏ. ରାବଣା ରାଓ, ଯୁଗ୍ମ ସଂପାଦକ ଗୀତା ପାଢୀ, ଉପସଭାପତି ଦିଲ୍ଲିପ ବେହେରା, ସଦସ୍ୟ ରାମ ପ୍ରସାଦ ପଟ୍ଟନାୟକ, ସଦସ୍ୟା ସୁନୀତା ସେଠୀ ଏବଂ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା, ସେବକ, ସେବିକା ଉପସ୍ଥିତ ରହି ସକ୍ରୀୟ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.