ବୁରୋମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାଇସିଲାଟ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟସ୍ତରୀୟ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ଦିଲୀପ କୁମାର ଯୋଷୀ ଏବଂ ସମ୍ମାନୀତ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଶରତ ଚନ୍ଦ୍ର ପାଣ୍ଡେ, ନିରଞ୍ଜନ ପଧାନ, ଜୀବର୍ଦ୍ଧନ ସାହୁ, ଗଣପତି ପଧାନ ଓ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସୁଶାନ୍ତ ଗଡତିଆ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶ୍ରୀମତୀ ନିହାରୀକା ଯୋଷୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ପଞ୍ଚାନନ ମାଝୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶିଶୁ ଦିବସ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ସଫଳ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରମାଣପତ୍ର ଓ ପୁରସ୍କାର ବଣ୍ଟନ କରାଯାଇଥିଲା । ଶିକ୍ଷକ ସୁବଳ ଠାକୁର ଓ ମଣ୍ଟେସ ସାହୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ସୁଶ୍ରୀ ନିବେଦିତା ପାଣିଗ୍ରାହୀ ଓ ସୁଶ୍ରୀ ମୋନାଲିସା ଠାକୁରଙ୍କ ତତ୍ତ୍ଵାବଧାନରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ମେଳାର ଆୟୋଜନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ୧୭ଟି ପ୍ରକଳ୍ପ ପ୍ରଦର୍ଶନ କରାଯାଇଥିଲା । ଶିକ୍ଷକ ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ବିଶ୍ଵ ସାହୁ, ଶିକ୍ଷୟିତ୍ରୀ ସୁଶ୍ରୀ ବିନ୍ଦିଆ ଛତର ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ଶ୍ରୀମତୀ ସୁନୀତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

2 × three =