ଭରସୁଜା କ୍ଲଷ୍ଟରସ୍ତରୀୟ ସୁରଭି ୨୦୨୩ ଶିଶୁ ମହୋତ୍ସବ ଉଦ୍‌ଯାପିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଭରସୁଜା ଛେଲିଆପାଟ ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ କ୍ଲଷ୍ଟରସ୍ତରୀୟ ସୁରଭି ଶିଶୁ ମହୋତ୍ସବ ୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଆଗଲପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲିପ ପାଠୀ ଉପସ୍ଥିତ ଥିବା ବେଳେ ସମ୍ମାନୀତ ଅତିଥି ଭାବେ ଯୁବ ସମାଜସେବୀ ରାଜୀବ ଲୋଚନ ଭୋଇ ଯୋଗ ଦେଇଥିଲେ । ସଭାପତି ଭାବେ ବାଦିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପସ୍ଥିତ ଥିଲେ । ଚିତ୍ରାଙ୍କନ, ବକୃତା, କୁଇଜ୍‌, ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ ପରି ୧୨ଟି ବିଭାଗରେ ଭରସୁଜା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ ୧୩୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ । ସିଆର୍‌ସିସି ରମେଶ ଚନ୍ଦ୍ର ତ୍ରିପାଠୀ ପରିଚାଳନା କରିଥିଲେ । ଉଦଯାପନୀ ତଥା ପୁରସ୍କାର ବିତରଣ ଉତ୍ସବରେ ଆଗଲପୁର ବ୍ଲକ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ପଧାନ ଯୋଗଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ । ଆନନ୍ଦ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଭରସୁଜା ନୋଡାଲ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ସମସ୍ତ ଗାଇଡ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳତାର ସହ ସମାପନ ହୋଇଥିଲା ।

Leave A Reply

Your email address will not be published.