pakka

କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀମାନଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

bbehera

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସମାନ କାମକୁ ସମାନ ଦରମା ଏବଂ ଆଉଟସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ, ସ୍ଥାୟୀ ନିଯୁକ୍ତି ଦାବୀରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀମାନଙ୍କ ଦ୍ୱାରା ବୁଧବାର ଗଞ୍ଜାମ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଆଉଟସୋର୍ସିଂ କର୍ମଚାରୀମାନଙ୍କ କହିବା ଅନୁସାରେ ରାଜ୍ୟ ସରକାର ଅକ୍ଟୋବର ୧୫ ତାରିଖରେ ୫୭ ହଜାର ଠିକା କର୍ମଚାରୀଙ୍କୁ ରେଗୁଲାର କରି ସଂପୂର୍ଣ୍ଣ ଠିକା ବ୍ୟବସ୍ଥାକୁ ଉଚ୍ଛେଦ କରି ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଥିଲେ । କିନ୍ତୁ ଓଡ଼ିଶାରେ ଥିବା ଲକ୍ଷାଧିକ ଆଉଟସୋର୍ସିଂ କର୍ମଚାରୀମାନେ ସରକାରଙ୍କ ସମସ୍ତ ଅଫିସ, ଶିକ୍ଷାନୁଷ୍ଠାନମାନଙ୍କରେ ଦୀର୍ଘବର୍ଷ ହେବ ମାସିକ ସ୍ୱଳ୍ପ ଦରମାରେ କାର୍ଯ୍ୟ କରିଆସୁଛନ୍ତି । ଜଣେ ରେଗୁଲାର କର୍ମଚାରୀ ସମାନ କାର୍ଯ୍ୟ ତଥା ସମୟ ଦେଇ ମାସିକ ୫୦ ରୁ ୬୦ ହଜାର ଟଙ୍କା ବେତନ ପାଉଥିବା ବେଳେ ଆଉଟସୋର୍ସିଙ୍ଗ କର୍ମଚାରୀମାନେ ମାସକୁ ୭ ରୁ ୮ ହଜାର ଟଙ୍କା ପାରିଶ୍ରମିକ ପାଉଛନ୍ତି । ଯାହାକି ଏକ ସମ୍ବେଦନଶୀଳ ପ୍ରସଙ୍ଗ । ଏପରିକି ବର୍ଷ ବର୍ଷ ଧରି କାର୍ଯ୍ୟକରୁଥିବା ଏହି କର୍ମଚାରୀମାନଙ୍କୁ ଅଧିକାରୀ ଚାହିଁଲେ, ଅତି ସାଧାରଣ ଭାବରେ ଚାକିରିରୁ ବହିଷ୍କାର କରି ଦେଉଛନ୍ତି । ତେଣୁ ସରକାର ଆଉଟସୋର୍ସିଂ ପ୍ରଥା ସଂପୂର୍ଣ୍ଣ ଉଚ୍ଛେଦ, ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବାକୁ ଏକ ୧୧ ଦଫା ସମ୍ବଳିତ ଦାବୀପତ୍ର ପ୍ରଦାନ କରିଛନ୍ତି ।

jay balangir
Leave A Reply

Your email address will not be published.

sixteen + 6 =

error: Content is protected !!