oom

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଫାଇନାଲ୍‌ରେ କୁରସୁଡ଼ ଓ ବଙ୍ଗୋମୁଣ୍ଡା

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମା’ ସାହାଜି ଯୁବକ ସଂଘର ସହଯୋଗରେ ଚାଲିଥିବା ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ସପ୍ତମ ଦିବସରେ ପହଞ୍ଚିଛି । ସପ୍ତମ ଦିବସରେ ମୁଖ୍ୟଅତିଥି ଭାବେ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଫିରୋଜ ଖାଁ, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ସଭାପତି ରାଧେଶ୍ୟାମ କେତକି, କର୍ଲାପଡା କଲେଜର ଅଧ୍ୟାପକ ରଞ୍ଜିତ ମେହେର, ଚଉଷଠୀ ଯୁଗନୀ ସାହିତ୍ୟ କଳା ପରିଷଦର ସଭାପତି ତଥା ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ଡ଼ଃ ନାରାୟଣ ମିଶ୍ର, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର କୋଶାଧ୍ୟକ୍ଷ ଦୀପକ କୁମାର ଦାସ ଯାଦବ, ସଂକୀର୍ତ୍ତନ୍ୟ ଗୁରୁ ମନୁଚରଣ ଚିନାଗୁନ, ପୂର୍ବତନ ଫୁଟବଲ ଖେଳାଳି କଳାକୃଷ୍ଣ ବିଶି, ବଙ୍ଗୋମୁଣ୍ଡା ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଭକ୍ତବନ୍ଧୁ ବେହେରା, ବିଜେଡିର ବରିଷ୍ଠ ନେତା ଦୁର୍ଦକ୍ଷ ହଂସ, କପିଲାଭଟା ପଞ୍ଚାୟତ ଯୁବ ବିଜେଡି ସଭାପତି ଧର୍ମେନ୍ଦ୍ର ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ସପ୍ତମ ଦିବସର ପ୍ରଥମ ରାଉଣ୍ଡରେ ପ୍ରଥମ ସେମିଫାଇନାଲ କୁରସୁଡ଼ ଓ ଧୂମସୁ ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ କୁରସୁଡ଼ ଦଳ ବିଜୟୀ ହୋଇଥିଲା । ଦ୍ଵିତୀୟ ରାଉଣ୍ଡରେ ବଙ୍କାପୁର ଓ ବଙ୍ଗୋମୁଣ୍ଡା ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ବଙ୍କାପୁର ଦଳକୁ ପରାସ୍ତ କରି ବଙ୍ଗୋମୁଣ୍ଡା ଦଳ ବିଜୟୀ ହୋଇଥିଲା । ବଙ୍ଗୋମୁଣ୍ଡା ଓ କୁରସୁଡ଼ ଦଳ ଫାଇନାଲରେ ପ୍ରବେଶ କରିଛି । ରେଫ୍‌ରୀ ତାପସ ପତି ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ସାମନ୍ତ ହେର୍ଣ୍ଣା ଓ ପୁରନ୍ଦର କରୁଆଁ ସହଯୋଗ କରିଥିଲେ । ପରମାନନ୍ଦ ଛତ୍ରିଆ, ରୋଶନ ବିଶି ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସ, ସମ୍ପାଦକ ଆଶିଷ ବେହେରା, କୋଷାଧ୍ୟକ୍ଷ ରାହୁଲ ବାଗ, କୁଶଧ୍ଵଜ ବେହେରା, ଟୁନା ହଂସ, ଟିକେଶ୍ୱର ବିଶିଙ୍କ ସହ ଆୟୋଜକ କମିଟିର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.