csstore

ଗାନ୍ଧୀଜୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ ମାଲ୍ୟାର୍ପଣ ଓ ସ୍ମୃତିଚାରଣ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ ଗତକାଲି ଗାନ୍ଧୀ ସ୍ମୃତି ପାଠାଗାର ଓ ବରଗଡ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଗାନ୍ଧୀଙ୍କ ସ୍ମୃତି ଚାରଣ କରାଯାଇଛି । ଏହି ଅବସରରେ ସ୍ଥାନୀୟ ଗାନ୍ଧୀ ଭବନ ପରିସରରେ ଥିବା ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଂଜଳି ଜ୍ଞାପନ କରାଯିବା ସହ ଗାନ୍ଧୀଜୀଙ୍କ ସ୍ମୃତିଚାରଣ କରାଯାଇଥିଲା । ଏହି ଅବସରରେ ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ଗାନ୍ଧୀ ସ୍ମୃତି ପାଠାଗାରର ଉପ ସଭାପତି ଅଧ୍ୟାପକ ପ୍ରଦୀପ କୁମାର ହୋତା, ସମ୍ପାଦକ ବିକ୍ରମାଦିତ୍ୟ ପଣ୍ଡା, ଯୁଗ୍ମ ସମ୍ପାଦକ ହୃଷୀକେଶ ଦାଶ ପ୍ରମୁଖ ଉପସ୍ଥିତ ରହି ମାଲ୍ୟାର୍ପଣ ସହ ସ୍ମୃତିଚାରଣ କରିଥିଲେ ।

jayashree
Leave A Reply

Your email address will not be published.