ଯାଜପୁର : ଆଜି ପବିତ୍ର ବାରୁଣୀ ବୁଡ଼ । ଯାଜପୁର ଦଶାଶ୍ୱମେଧ ଘାଟ ପୂଣ୍ୟତୋୟା ବୈତରଣୀ ନଦୀରେ ଆଜି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ବାରୁଣୀ ସ୍ନାନ କରିଛନ୍ତି । ଏଥିସହିତ ବୈତରଣୀ ନଦୀ କୂଳରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ । ଏହି ପୁରାଣ ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଜିଲ୍ଲା ଓ ଜିଲ୍ଲା ବାହାରୁ ବହୁ ଭକ୍ତ ଯୋଗ ଦେଇଛନ୍ତି । ଏହି ଅବସରରେ ଅନୁଷ୍ଠିତ ମେଳା ଆସନ୍ତା ୭ ଦିନ ଧରି ଚାଲିବ । ଏଥିପାଇଁ ଯାଜପୁର ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ବନ୍ଦୋବସ୍ତ କରାଯାଇଛି ।
Next Post