csstore

ସହର ପରିକ୍ରମା କଲା ବିଶାଳ ସାଂସ୍କୃତିକ ଶୋଭାଯାତ୍ରା

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଉତ୍ସବର ଅବ୍ୟବହିତ ପୂର୍ବରୁ ମଶାଲ ଶୋଭାଯାତ୍ରା କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ପୀଠରୁ ଏକ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ସହିତ ସହର ପରିକ୍ରମା କରି ଉତ୍ସବ ସ୍ଥଳରେ ପହଞ୍ଚିବା ପରେ ଆନୁଷ୍ଠାନିକ ଭାବେ ମଞ୍ଚ ପୂଜା ସହ ଉତ୍ସବର ଉଦ୍‌ଘାଟନ ହୋଇଥିଲା । ମଶାଲ ଏବଂ ବିଶାଳ ସାଂସ୍କୃତିକ ଶୋଭାଯାତ୍ରାରେ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ସଚିନ ପାୱାର, ସଦର ବିଧାୟକ ପ୍ରଦୀପ କୁମାର ନାଏକଙ୍କ ପ୍ରତିନିଧି ମନୋଜ ସାହୁ, ଭବାନୀପାଟଣା ପୌର ପରିଷଦର ଅଧ୍ୟକ୍ଷା ସଂଯୁକ୍ତା ବେହେରା, ମଶାଲ ସବ୍‌କମିଟିର ଅଧ୍ୟକ୍ଷ ଡ. ଭବାନୀଶଙ୍କର ନିଆଲ, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ପ୍ରମୁଖ ସାମିଲ ହୋଇଥିଲେ । ଏହି ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରର ୪୦ରୁ ଅଧିକ ବିଭିନ୍ନ ସାଂସ୍କୃତିକ ଦଳ ଏଇ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

jayashree
Leave A Reply

Your email address will not be published.