ଭୁବନେଶ୍ୱର, (କେପିଏନ୍ଏସ୍) : ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡକ ଦୁର୍ଘଟଣାରେ ଅକାଳ ବିୟୋଗ ହୋଇଥିବା ଖବର ପାଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କର ଅକାଳ ବିୟୋଗ ସାମ୍ୱାଦିକ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ଅବିହିତ କରି ସ୍ୱର୍ଗତ ପଣ୍ଡାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଶ୍ରୀ ଅମାତ୍ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।