ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶିଷ୍ଟ ତବଲା ବାଦକ ଡ. ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ସ୍ୱର୍ଗତ ଉମେଶ କରଙ୍କୁ ଜଣେ ମହାନ କଳାକାର ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ରାଜ୍ୟର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ରାଷ୍ଟ୍ରୀୟ ସମ୍ମାନ ସହ ସ୍ୱର୍ଗତ କରଙ୍କ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Leave A Reply

Your email address will not be published.