- ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା
ନରସିଂହପୁର/ ଭୁବନେଶ୍ୱର, (କେପିଏନ୍ଏସ୍) : ସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।