
ଭୁବନେଶ୍ୱର : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ସହିତ ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଛନ୍ତି ସମବେଦନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍ କରି ଗଭୀର ଶୋକ ପ୍ରକାଶ କରି ଲେଖିଛନ୍ତି ଓଡ଼ିଶା ସରକାରଙ୍କ ମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ଏକ ଦୁର୍ଭାଗ୍ୟଜନକ, ତାଙ୍କର ଦେହାନ୍ତରେ ମୁଁ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।