- ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଜୀବନହାନି ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତ ଲୋକମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରିଛନ୍ତି,
‘‘ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଗଭୀର ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ।’’