pakka

ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

bbehera

ଭୁବନେଶ୍ୱର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ । ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ ସେ ସାମାଜିକ ବିକାଶରେ ମଧ୍ୟ ମହତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି । ତାଙ୍କର ତ୍ୟାଗପୂତ ସରଳ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି । ସ୍ୱର୍ଗତ ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟମର୍ଯ୍ୟାଦା ସହ ସମ୍ପର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

jay balangir
Leave A Reply

Your email address will not be published.

20 − one =

error: Content is protected !!