ବଡ଼ବାହାଲୀ ଛକର ଦୁର୍ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ : ଘୋଷଣା କଲେ ସହାୟତା ରାଶି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହିତ ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.