om academy

ପ୍ରଧାନମନ୍ତ୍ରୀଙ୍କ ମା’ ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି । ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ମୋର ଚିନ୍ତାଧାରା ଏବଂ ପ୍ରାର୍ଥନା ଏହି ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ସହିତ ଅଛି ।

Leave A Reply

Your email address will not be published.