
ଭୁବନେଶ୍ୱର : ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’ । ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ି ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।