ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତକାଲି ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ନିଜ ଟ୍ୱିଟ୍‌ରେ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରାଯାଇଛି । ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

jittmm
Leave A Reply

Your email address will not be published.