ଭୁବନେଶ୍ୱର : ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦୁଃଖ ପ୍ରକାଶ କରି ଟ୍ୱିଟ କରିଛନ୍ତି । ସେ କହିଛନ୍ତି, ‘ଗୁଳିମାଡ ପରେ ହସ୍ପିଟାଲରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି ।