csstore

ଯୁବ ସାମ୍ବାଦିକ ଅରିନ୍ଦମଙ୍କ ଅକାଳ ବିୟୋଗରେ ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଟିଭିର କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି । ଏନେଇ ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଗଣନା କରାଯାଇଛି । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ନିମନ୍ତେ ଦୁଇ ମିନଟ ନୀରବ ପ୍ରାର୍ଥନା କରାଯାଇଛି । ଏଥିସହ ଛତ୍ରପୁର ପ୍ରେସକ୍ଲବର ବନ୍ଧୁମାନେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଠାରେ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ, ଶୁକ୍ରବାର ବଢ଼ିଭୋର୍‌ରୁ ମୁଣ୍ଡୁଳିଠାରେ ମହାନଦୀରେ ଫସି ରହିଥିଲା ଏକ ଦନ୍ତାହାତୀ । ଏହି ହାତୀକୁ କୂଳକୁ ଆଣିବାକୁ ବନ ବିଭାଗ ଅଧିକାରୀ, କିଛି କର୍ମଚାରୀ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ । ହାତୀକୁ ଉଦ୍ଧାର କରିବା ପାଇଁ ଓଡ୍ରାଫ୍‌ ଟିମ୍‌ ସହ ଏକ ବୋଟ୍‌ରେ କ୍ୟାମେରା ଧରି ଅରିନ୍ଦମ ଯାଇଥିଲେ । ଏହି ସମୟରେ ବୋଟ୍‌ଟି ଓଲଟି ପଡ଼ିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା । ତାଙ୍କ ସହ ଆଉ ଜଣେ କ୍ୟାମେରାମ୍ୟାନ୍‌ ମଧ୍ୟ ଥିଲେ । ଏହି ଶୋକ ସଭାରେ ଛତ୍ରପୁର ପ୍ରେସ କ୍ଲବର ଉପଦେଷ୍ଟା ବସନ୍ତ କୁମାର ମହାରଣା, ସଭାପତି ପ୍ରଶାନ୍ତ କୁମାର ମହାରଣା, ସାଧାରଣ ସମ୍ପାଦକ ସନ୍ତୋଷ କୁମାର ପାଢ଼ୀ, କୋଷାଧ୍ୟକ୍ଷ ସରୋଜ କୁମାର ସାମଲ, ଉପସଭାପତି ସୁଧିର କୁମାର ନାହାକ, ସହସମ୍ପାଦକ ଇଜୁ ଅମିନ ଖାନ୍ ଓ କେ. ସତ୍ୟନାରାୟଣ ରେଡ୍ଡୀ, ସାମ୍ବାଦିକ ଅଜିତ ସ୍ୱାଇଁ, ଖିରୋଦ ଚନ୍ଦ୍ର ସାହୁ, ସନ୍ତୋଷ କୁମାର ମିଶ୍ର, ରବିନ୍ଦ୍ର ନାହାକ, ସନ୍ତୋଷ କୁମାର ସାହୁ, ବିସ୍ମୟ ପ୍ରଧାନ, ସନ୍ତୋଷ କୁମାର ସାହୁ, ଗୌରପ୍ରସାଦ ମହାପାତ୍ରଙ୍କ ସମେତ ବହୁ ସାମ୍ବାଦିକ ଉପସ୍ଥିତ ରହି ସ୍ୱର୍ଗତ ଆତ୍ମାଙ୍କ ସ୍ମୃତିପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

jayashree
Leave A Reply

Your email address will not be published.