- ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ
ଭୁବନେଶ୍ୱର, (ପିଆଇବି) : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ । ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ମାଡ଼ ହେବା ନେଇ ପ୍ରକାଶ ପାଇଥିବା ଖବରକୁ ଭାରତୀୟ ପାଣିପାଗ ବିଭାଗ ଅଧୀନ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଖଣ୍ଡନ କରାଯାଇଛି । ସମ୍ପୃକ୍ତ ଖବରରେ ‘ଆଇଏମଡିର ଆକଳନ’’ ସମ୍ଭାବ୍ୟ ବାତ୍ୟା ‘‘ଓଡ଼ିଶାରେ ସ୍ଥଳଭାଗ’’ ଛୁଇଁବ ବୋଲି ଯାହା ଦର୍ଶାଯାଇଛି ତାହା ତଥ୍ୟ ଆଧାରିତ ନୁହେଁ । ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଆଜି ସୁଦ୍ଧା କୌଣସି ଆକଳନ କରାଯାଇନାହିଁ ବୋଲି ବିଭାଗ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଛି ।